ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 6:33
ବାଇବେଲ ପଦ · IRV
ମାଥିଉ 6:33
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ପ୍ରସଙ୍ଗରେ
30କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
31ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
32କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।
33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
ଇଂରାଜୀରେ
But seek first the kingdom of God and His righteousness, and all these things will be added unto you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।”ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ। ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର