ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 7:1–5
ବାଇବେଲ ପଦ · IRV
ମାଥିଉ 7:1–5
1ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
ପ୍ରସଙ୍ଗରେ
1ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
6ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।
7ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
8କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
ଇଂରାଜୀରେ
“Do not judge, or you will be judged. For with the same judgment you pronounce, you will be judged; and with the measure you use, it will be measured to you. Why do you look at the speck in your brother’s eye, but fail to notice the beam in your own eye? How can you say to your brother, ‘Let me take the speck out of your eye,’ while there is still a beam in your own eye? You hypocrite! First take the beam out of your own eye, and then you will see clearly to remove the speck from your brother’s eye.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ। ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ। ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା। ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’” ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ। ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ। ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ। ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ। ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର