ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 7:12
ବାଇବେଲ ପଦ · IRV
ମାଥିଉ 7:12
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
ପ୍ରସଙ୍ଗରେ
9କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,
10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?
11ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
13ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
14ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!
ଇଂରାଜୀରେ
In everything, then, do to others as you would have them do to you. For this is the essence of the Law and the Prophets.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର। କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି; ‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।” ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି; ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର। ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର; ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର