Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 7:15

ବାଇବେଲ ପଦ · IRV

ମାଥିଉ 7:15

ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 7

ପ୍ରସଙ୍ଗରେ

12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।

13ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।

14ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!

16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?

17ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।

18ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।

ମାଥିଉ 7

ଇଂରାଜୀରେ

Berean Standard BibleMatthew 7:15Beware of false prophets. They come to you in sheep’s clothing, but inwardly they are ravenous wolves.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ଯୋହ 4:1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
ଦ୍ଵି. ପିତ 2:1–3କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
ମାଥି 24:11ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
ପ୍ରେରି 20:29–31ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ, ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ। ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
ମାର୍କ 13:22–23ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ। କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
ଦ୍ବି.ବି 13:1–3ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍‍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ଓ ସେମାନଙ୍କ ସେବା କରିବା;” ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
କଲ 2:8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
ଦ୍ଵି.କରି 11:13–15କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ। ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର