Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 7:7

ବାଇବେଲ ପଦ · IRV

ମାଥିଉ 7:7

ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 7

ପ୍ରସଙ୍ଗରେ

4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!

5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।

6ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।

7ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।

8କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।

9କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,

10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?

ମାଥିଉ 7

ଇଂରାଜୀରେ

Berean Standard BibleMatthew 7:7Ask, and it will be given to you; seek, and you will find; knock, and the door will be opened to you.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ମାଥି 21:22ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”
ପ୍ର. ଯୋହ 3:22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
ଯୋହ 15:7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
ମାର୍କ 11:24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
ଗୀତ 145:18–19ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
ଯିରି 33:3ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
ମାଥି 6:33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ଯିରି 29:12–13ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର