Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମୀଖା 6:8

ବାଇବେଲ ପଦ · IRV

ମୀଖା 6:8

ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମୀଖା 6

ପ୍ରସଙ୍ଗରେ

5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”

6“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?

7ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”

8ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?

9ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।

10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?

11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।

ମୀଖା 6

ଇଂରାଜୀରେ

Berean Standard BibleMicah 6:8He has shown you, O man, what is good. And what does the LORD require of you but to act justly, to love mercy, and to walk humbly with your God?

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ବି.ବି 10:12–13ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର, ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
ହିତୋ 21:3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
କଲ 3:12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ଯିରି 22:3ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
ହୋଶେ 6:6କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
ପ୍ର.ଶା 15:22ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
ଯିଶା 66:2କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
ପ୍ର. ପିତ 3:8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର