Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 2:3

ବାଇବେଲ ପଦ · IRV

ଫିଲିପ୍ପୀୟ 2:3

ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 2

ପ୍ରସଙ୍ଗରେ

1ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,

2ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,

3ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

4ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;

6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,

ଫିଲିପ୍ପୀୟ 2

ଇଂରାଜୀରେ

Berean Standard BiblePhilippians 2:3Do nothing out of selfish ambition or empty pride, but in humility consider others more important than yourselves.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 12:10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
ଗାଲା 5:26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।
ଏଫି 5:21ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
ଏଫି 4:2ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ପ୍ର. ପିତ 5:5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
ଯାକୁ 3:14–16କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ। ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ; କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
ଯାକୁ 4:5–6ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
ଫିଲି 2:14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର