Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 3:13

ବାଇବେଲ ପଦ · IRV

ଫିଲିପ୍ପୀୟ 3:13

ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 3

ପ୍ରସଙ୍ଗରେ

10ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,

11ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।

12ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।

13ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,

14ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।

15ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

16କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।

ଫିଲିପ୍ପୀୟ 3

ଇଂରାଜୀରେ

Berean Standard BiblePhilippians 3:13Brothers, I do not consider myself yet to have taken hold of it. But one thing I do: Forgetting what is behind and straining toward what is ahead,

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଲୂକ 9:62କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
ଏବ୍ରୀ 12:1–2ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ପ୍ର.କରି 9:24–27ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼। ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ। ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ଗୀତ 27:4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
ଫିଲି 3:8ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
ଏବ୍ରୀ 6:1ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,
ଫିଲି 4:11–13ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି। ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର