ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 4:13
ବାଇବେଲ ପଦ · IRV
ଫିଲିପ୍ପୀୟ 4:13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 4
ପ୍ରସଙ୍ଗରେ
10ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
14ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
15ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
16କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି। ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର