Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 4:19

ବାଇବେଲ ପଦ · IRV

ଫିଲିପ୍ପୀୟ 4:19

ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 4

ପ୍ରସଙ୍ଗରେ

16କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।

17ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।

18ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।

19ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।

20ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।

21ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

22ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

ଫିଲିପ୍ପୀୟ 4

ଇଂରାଜୀରେ

Berean Standard BiblePhilippians 4:19And my God will supply all your needs according to His glorious riches in Christ Jesus.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ଵି.କରି 9:8–11ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
ଗୀତ 84:11କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
ପ୍ର. ପିତ 5:10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
ପ୍ର.ତୀମ 6:17ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
ଗୀତ 23:1–5ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
ମୀଖା 7:7ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
ହିତୋ 3:9–10ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
ଦ୍ବି.ବି 8:3–4ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର