Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 4:6–7

ବାଇବେଲ ପଦ · IRV

ଫିଲିପ୍ପୀୟ 4:6–7

6କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।

7ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 4

ପ୍ରସଙ୍ଗରେ

3ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।

4ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

5ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।

6କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।

7ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।

8ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।

9ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

10ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

ଫିଲିପ୍ପୀୟ 4

ଇଂରାଜୀରେ

Berean Standard BiblePhilippians 4:6–7Be anxious for nothing, but in everything, by prayer and petition, with thanksgiving, present your requests to God. And the peace of God, which surpasses all understanding, will guard your hearts and your minds in Christ Jesus.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 3:5–6ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ପ୍ର. ପିତ 5:7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ଗୀତ 55:22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ପ୍ର.ଥେସ 5:17–18ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ମାଥି 7:7–8ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
ଗୀତ 34:5–7ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
ମାଥି 6:8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।
ଯୋହ 14:27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର