Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଫିଲିପ୍ପୀୟ 4:8

ବାଇବେଲ ପଦ · IRV

ଫିଲିପ୍ପୀୟ 4:8

ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଫିଲିପ୍ପୀୟ 4

ପ୍ରସଙ୍ଗରେ

5ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।

6କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।

7ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।

8ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।

9ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

10ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

11ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।

ଫିଲିପ୍ପୀୟ 4

ଇଂରାଜୀରେ

Berean Standard BiblePhilippians 4:8Finally, brothers, whatever is true, whatever is honorable, whatever is right, whatever is pure, whatever is lovely, whatever is admirable—if anything is excellent or praiseworthy—think on these things.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯାକୁ 3:17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
ତୀତ 2:7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
ଦ୍ଵି.କରି 8:21କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।
ଗାଲା 5:22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ପ୍ର.ଥେସ 5:21–22ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
ଦ୍ଵି. ପିତ 1:3–7ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ। ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
ଏଫି 5:9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
ଏବ୍ରୀ 13:18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର