ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 12:10
ବାଇବେଲ ପଦ · IRV
ହିତୋପଦେଶ 12:10
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 12
ପ୍ରସଙ୍ଗରେ
7ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
8ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
13ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
ଇଂରାଜୀରେ
A righteous man regards the life of his animal, but the tender mercies of the wicked are only cruelty.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର