ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 13:11
ବାଇବେଲ ପଦ · IRV
ହିତୋପଦେଶ 13:11
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 13
ପ୍ରସଙ୍ଗରେ
8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
ଇଂରାଜୀରେ
Dishonest wealth will dwindle, but what is earned through hard work will be multiplied.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର