ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 16:3
ବାଇବେଲ ପଦ · IRV
ହିତୋପଦେଶ 16:3
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 16
ପ୍ରସଙ୍ଗରେ
1ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
2ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
4ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
5ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
6ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର