ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 16:9
ବାଇବେଲ ପଦ · IRV
ହିତୋପଦେଶ 16:9
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 16
ପ୍ରସଙ୍ଗରେ
6ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
7ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
8ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
10ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
ଇଂରାଜୀରେ
A man’s heart plans his course, but the LORD determines his steps.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର