ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 18:22
ବାଇବେଲ ପଦ · IRV
ହିତୋପଦେଶ 18:22
ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 18
ପ୍ରସଙ୍ଗରେ
19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
22ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
23ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।
24ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
ଇଂରାଜୀରେ
He who finds a wife finds a good thing and obtains favor from the LORD.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର