ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 20:1
ବାଇବେଲ ପଦ · IRV
ହିତୋପଦେଶ 20:1
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 20
ପ୍ରସଙ୍ଗରେ
1ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
ଇଂରାଜୀରେ
Wine is a mocker, strong drink is a brawler, and whoever is led astray by them is not wise.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର! ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର