ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 22:6
ବାଇବେଲ ପଦ · IRV
ହିତୋପଦେଶ 22:6
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 22
ପ୍ରସଙ୍ଗରେ
3ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ଇଂରାଜୀରେ
Train up a child in the way he should go, and when he is old he will not depart from it.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା। କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର