ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 22:7
ବାଇବେଲ ପଦ · IRV
ହିତୋପଦେଶ 22:7
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 22
ପ୍ରସଙ୍ଗରେ
4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
ଇଂରାଜୀରେ
The rich rule over the poor, and the borrower is slave to the lender.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର