Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 29:11

ବାଇବେଲ ପଦ · IRV

ହିତୋପଦେଶ 29:11

ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 29

ପ୍ରସଙ୍ଗରେ

8ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।

9ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।

10ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।

11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।

12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।

13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।

14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।

ହିତୋପଦେଶ 29

ଇଂରାଜୀରେ

Berean Standard BibleProverbs 29:11A fool vents all his anger, but a wise man holds it back.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 19:11ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
ହିତୋ 12:16ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
ମୀଖା 7:5ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର