Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 3:5–6

ବାଇବେଲ ପଦ · IRV

ହିତୋପଦେଶ 3:5–6

5ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।

6ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 3

ପ୍ରସଙ୍ଗରେ

2ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।

3ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।

4ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।

5ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।

6ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।

7ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।

8ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।

9ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।

ହିତୋପଦେଶ 3

ଇଂରାଜୀରେ

Berean Standard BibleProverbs 3:5–6Trust in the LORD with all your heart, and lean not on your own understanding; in all your ways acknowledge Him, and He will make your paths straight.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗୀତ 37:5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
ଯିରି 17:7–8ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”
ହିତୋ 28:26ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
ଗୀତ 37:3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
ଗୀତ 62:8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
ଯିଶା 26:3–4ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ। ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
ଯିଶା 12:2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
ଗୀତ 37:7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର