ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 31:30
ବାଇବେଲ ପଦ · IRV
ହିତୋପଦେଶ 31:30
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 31
ପ୍ରସଙ୍ଗରେ
27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।
ଇଂରାଜୀରେ
Charm is deceptive and beauty is fleeting, but a woman who fears the LORD is to be praised.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ। ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର