ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ହିତୋପଦେଶ 6:16–19
ବାଇବେଲ ପଦ · IRV
ହିତୋପଦେଶ 6:16–19
16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ହିତୋପଦେଶ 6
ପ୍ରସଙ୍ଗରେ
13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ।
16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
21ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
22ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
ଇଂରାଜୀରେ
There are six things that the LORD hates, seven that are detestable to Him: haughty eyes, a lying tongue, hands that shed innocent blood, a heart that devises wicked schemes, feet that run swiftly to evil, a false witness who gives false testimony, and one who stirs up discord among brothers.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର। ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର