Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 119:105

ବାଇବେଲ ପଦ · IRV

ଗୀତସଂହିତା 119:105

ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 119

ପ୍ରସଙ୍ଗରେ

102ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।

103ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!

104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।

105ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।

106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।

107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।

108ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।

ଗୀତସଂହିତା 119

ଇଂରାଜୀରେ

Berean Standard BiblePsalm 119:105Your word is a lamp to my feet and a light to my path.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 6:23ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
ଗୀତ 43:3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
ଗୀତ 18:28ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
ଦ୍ଵି. ପିତ 1:19ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
ଆୟୁବ 29:3ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
ଗୀତ 19:8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
ଏଫି 5:13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର