ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 127:3–5
ବାଇବେଲ ପଦ · IRV
ଗୀତସଂହିତା 127:3–5
3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 127
ପ୍ରସଙ୍ଗରେ
1ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
ଇଂରାଜୀରେ
Children are indeed a heritage from the LORD, and the fruit of the womb is His reward. Like arrows in the hand of a warrior, so are children born in one’s youth. Blessed is the man whose quiver is full of them. He will not be put to shame when he confronts the enemies at the gate.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ। ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର