ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 139:13–16
ବାଇବେଲ ପଦ · IRV
ଗୀତସଂହିତା 139:13–16
13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
15ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
16ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 139
ପ୍ରସଙ୍ଗରେ
10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
11ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,
12ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
15ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
16ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
17ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
18ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
19ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।
ଇଂରାଜୀରେ
For You formed my inmost being; You knit me together in my mother’s womb. I praise You, for I am fearfully and wonderfully made. Marvelous are Your works, and I know this very well. My frame was not hidden from You when I was made in secret, when I was woven together in the depths of the earth. Your eyes saw my unformed body; all my days were written in Your book and ordained for me before one of them came to be.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି। ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର