Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 147:3

ବାଇବେଲ ପଦ · IRV

ଗୀତସଂହିତା 147:3

ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 147

ପ୍ରସଙ୍ଗରେ

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।

2ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।

3ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।

4ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।

5ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।

6ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।

ଗୀତସଂହିତା 147

ଇଂରାଜୀରେ

Berean Standard BiblePsalm 147:3He heals the brokenhearted and binds up their wounds.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗୀତ 34:18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଆୟୁବ 5:18କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
ଯିରି 33:6ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
ଯିଶା 61:1ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ଲୂକ 4:18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
ହୋଶେ 6:1–2“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
ଗୀତ 51:17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ଯିଶା 57:15କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର