Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 150

ବାଇବେଲ ପଦ · IRV

ଗୀତସଂହିତା 150

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;

2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।

3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।

4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।

5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;

6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 150

ଇଂରାଜୀରେ

Berean Standard BiblePsalm 150Hallelujah! Praise God in His sanctuary. Praise Him in His mighty heavens. Praise Him for His mighty acts; praise Him for His excellent greatness. Praise Him with the sound of the horn; praise Him with the harp and lyre. Praise Him with tambourine and dancing; praise Him with strings and flute. Praise Him with clashing cymbals; praise Him with resounding cymbals. Let everything that has breath praise the LORD! Hallelujah!

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗୀତ 145:21ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
ପ୍ରକା 5:13ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”
ଗୀତ 103:22ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।
ଗୀତ 145:10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
ଗୀତ 148:7–11ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
ଗୀତ 149:1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
ଗୀତ 134:2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଦ୍ବି.ବି 3:24“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର