ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 23
ବାଇବେଲ ପଦ · IRV
ଗୀତସଂହିତା 23
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 23
ଇଂରାଜୀରେ
A Psalm of David. The LORD is my shepherd; I shall not want. He makes me lie down in green pastures; He leads me beside quiet waters. He restores my soul; He guides me in the paths of righteousness for the sake of His name. Even though I walk through the valley of the shadow of death, I will fear no evil, for You are with me; Your rod and Your staff, they comfort me. You prepare a table before me in the presence of my enemies. You anoint my head with oil; my cup overflows. Surely goodness and mercy will follow me all the days of my life, and I will dwell in the house of the LORD forever.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ। ମୁଁ ଓ ପିତା ଏକ।ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର