ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 34:17–20
ବାଇବେଲ ପଦ · IRV
ଗୀତସଂହିତା 34:17–20
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 34
ପ୍ରସଙ୍ଗରେ
14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
ଇଂରାଜୀରେ
The righteous cry out, and the LORD hears; He delivers them from all their troubles. The LORD is near to the brokenhearted; He saves the contrite in spirit. Many are the afflictions of the righteous, but the LORD delivers him from them all. He protects all his bones; not one of them will be broken.ନୂତନ ନିୟମରେ ଉଦ୍ଧୃତ
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର