ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗୀତସଂହିତା 37:4
ବାଇବେଲ ପଦ · IRV
ଗୀତସଂହିତା 37:4
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗୀତସଂହିତା 37
ପ୍ରସଙ୍ଗରେ
1ଦାଉଦଙ୍କର ଗୀତ। ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।
2କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
6ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
ଇଂରାଜୀରେ
Delight yourself in the LORD, and He will give you the desires of your heart.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ! ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା]କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର