ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ପ୍ରକାଶିତ 12:9
ବାଇବେଲ ପଦ · IRV
ପ୍ରକାଶିତ 12:9
ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ପ୍ରକାଶିତ 12
ପ୍ରସଙ୍ଗରେ
6ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
7ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
9ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
10ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
11ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
12ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”
ଇଂରାଜୀରେ
And the great dragon was hurled down—that ancient serpent called the devil and Satan, the deceiver of the whole world. He was hurled to the earth, and his angels with him.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା। ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର