Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ପ୍ରକାଶିତ 21:4

ବାଇବେଲ ପଦ · IRV

ପ୍ରକାଶିତ 21:4

ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ପ୍ରକାଶିତ 21

ପ୍ରସଙ୍ଗରେ

1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।

2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

3ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,

4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।

5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।

6ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।

7ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।

ପ୍ରକାଶିତ 21

ଇଂରାଜୀରେ

Berean Standard BibleRevelation 21:4‘He will wipe away every tear from their eyes,’ and there will be no more death or mourning or crying or pain, for the former things have passed away.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯିଶା 25:8ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
ପ୍ରକା 7:17କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”
ପ୍ର.କରି 15:26ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
ଯିଶା 35:10ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
ଯିଶା 60:20ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
ପ୍ର. ଯୋହ 2:17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
ଯିଶା 51:11ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
ଯିଶା 65:18–19ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ। ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର