ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 10:17
ବାଇବେଲ ପଦ · IRV
ରୋମୀୟ 10:17
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 10
ପ୍ରସଙ୍ଗରେ
14ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
15ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
16କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
18କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
19କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
20ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
ଇଂରାଜୀରେ
Consequently, faith comes by hearing, and hearing by the word of Christ.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର