Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 10:9

ବାଇବେଲ ପଦ · IRV

ରୋମୀୟ 10:9

ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 10

ପ୍ରସଙ୍ଗରେ

6କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”

7“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?

8କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।

9ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

10କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।

11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।

12କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।

ରୋମୀୟ 10

ଇଂରାଜୀରେ

Berean Standard BibleRomans 10:9that if you confess with your mouth, “Jesus is Lord,” and believe in your heart that God raised Him from the dead, you will be saved.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଲୂକ 12:8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
ପ୍ରେରି 16:31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
ଫିଲି 2:11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ମାଥି 10:32–33“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”
ପ୍ର. ଯୋହ 4:2–3ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
ପ୍ର. ପିତ 1:21ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
ରୋମୀ 8:34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
ପ୍ର.କରି 15:14–18ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା, ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ। ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର