ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 12:19
ବାଇବେଲ ପଦ · IRV
ରୋମୀୟ 12:19
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 12
ପ୍ରସଙ୍ଗରେ
16ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
17ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
18ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
19ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
20“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”
21କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
ଇଂରାଜୀରେ
Do not avenge yourselves, beloved, but leave room for God’s wrath. For it is written: “Vengeance is Mine; I will repay, says the Lord.”ପୁରାତନ ନିୟମରୁ ଉଦ୍ଧୃତି
ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”“ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର