ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 12:2
ବାଇବେଲ ପଦ · IRV
ରୋମୀୟ 12:2
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 12
ପ୍ରସଙ୍ଗରେ
1ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
2ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
3କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
4କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
5ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
ଇଂରାଜୀରେ
Do not be conformed to this world, but be transformed by the renewing of your mind. Then you will be able to test and approve what is the good, pleasing, and perfect will of God.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର