ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 13:8
ବାଇବେଲ ପଦ · IRV
ରୋମୀୟ 13:8
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 13
ପ୍ରସଙ୍ଗରେ
5ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
6ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
7ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
ଇଂରାଜୀରେ
Be indebted to no one, except to one another in love. For he who loves his neighbor has fulfilled the law.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ। ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର