ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 15:13
ବାଇବେଲ ପଦ · IRV
ରୋମୀୟ 15:13
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 15
ପ୍ରସଙ୍ଗରେ
10ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”
11ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”
12ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
14ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
15ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
16କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।
ଇଂରାଜୀରେ
Now may the God of hope fill you with all joy and peace as you believe in Him, so that you may overflow with hope by the power of the Holy Spirit.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।“ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର