ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 16:17
ବାଇବେଲ ପଦ · IRV
ରୋମୀୟ 16:17
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 16
ପ୍ରସଙ୍ଗରେ
14ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।
15ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।
16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”
17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
18କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
20ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
ଇଂରାଜୀରେ
Now I urge you, brothers, to watch out for those who create divisions and obstacles that are contrary to the teaching you have learned. Turn away from them.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ, ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ। ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ। ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି। କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ; ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର