ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 3:23
ବାଇବେଲ ପଦ · IRV
ରୋମୀୟ 3:23
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
ପ୍ରସଙ୍ଗରେ
20କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
21କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
22ଅର୍ଥାତ୍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
24ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
25ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
26ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର