Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 5:3–5

ବାଇବେଲ ପଦ · IRV

ରୋମୀୟ 5:3–5

3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,

4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।

5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 5

ପ୍ରସଙ୍ଗରେ

1ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;

2ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।

3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,

4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।

5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।

6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।

7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।

8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।

ରୋମୀୟ 5

ଇଂରାଜୀରେ

Berean Standard BibleRomans 5:3–5Not only that, but we also rejoice in our sufferings, because we know that suffering produces perseverance; perseverance, character; and character, hope. And hope does not disappoint us, because God has poured out His love into our hearts through the Holy Spirit, whom He has given us.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯାକୁ 1:2–3ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
ଯାକୁ 1:12ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
ଗାଲା 4:6ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
ପ୍ର. ପିତ 3:14ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;
ଦ୍ଵି.କରି 12:9–10ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ଦ୍ଵି.କରି 4:17କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
ଏଫି 3:16–19ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
ଫିଲି 1:20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର