Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 5:8

ବାଇବେଲ ପଦ · IRV

ରୋମୀୟ 5:8

କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ରୋମୀୟ 5

ପ୍ରସଙ୍ଗରେ

5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।

6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।

7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।

8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।

9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।

10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।

11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।

ରୋମୀୟ 5

ଇଂରାଜୀରେ

Berean Standard BibleRomans 5:8But God proves His love for us in this: While we were still sinners, Christ died for us.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯୋହ 15:13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ଯୋହ 3:16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ପ୍ର. ପିତ 3:18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
ପ୍ର. ଯୋହ 4:9–10ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
ପ୍ର. ଯୋହ 3:16ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
ଯିଶା 53:6ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
ଏଫି 2:7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର