ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 6:23
ବାଇବେଲ ପଦ · IRV
ରୋମୀୟ 6:23
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
ପ୍ରସଙ୍ଗରେ
20କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।
21ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
22କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
23କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
ଇଂରାଜୀରେ
For the wages of sin is death, but the gift of God is eternal life in Christ Jesus our Lord.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର