ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ରୋମୀୟ 8:28
ବାଇବେଲ ପଦ · IRV
ରୋମୀୟ 8:28
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
ପ୍ରସଙ୍ଗରେ
25କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
26ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
27ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
29କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
30ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
ଇଂରାଜୀରେ
And we know that God works all things together for the good of those who love Him, who are called according to His purpose.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ? ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।” ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର