Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ତୀତସ 3:2

ବାଇବେଲ ପଦ · IRV

ତୀତସ 3:2

କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ତୀତସ 3

ପ୍ରସଙ୍ଗରେ

1ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,

2କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

3କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।

4କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,

5ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;

ତୀତସ 3

ଇଂରାଜୀରେ

Berean Standard BibleTitus 3:2to malign no one, and to be peaceable and gentle, showing full consideration to everyone.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏଫି 4:31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;
ଦ୍ଵି.ତୀମ 2:24–25ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ; ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,
କଲ 3:12–13ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ଏଫି 4:2ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର