Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନିଶା ଆସକ୍ତି

କଷ୍ଟର ସମୟ

ନିଶା ଆସକ୍ତି ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯଦି ଏହା ବହୁତ କଷ୍ଟକର, ଏହା ସହିତ ଏକୁଟିଆ ରୁହନ୍ତୁ ନାହିଁ: ଆପଣ ବିଶ୍ୱାସ କରୁଥିବା କାହା ସହିତ, ଜଣେ ପୁରୋହିତ କିମ୍ବା ପାଳକ, କିମ୍ବା ଡାକ୍ତରଙ୍କ ସହିତ କଥା ହୁଅନ୍ତୁ।

ପ୍ର.କରି 10:13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ପ୍ର.କରି 6:19–20ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ପ୍ର. ପିତ 5:8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ଗାଲା 5:19–21ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
ପ୍ର.କରି 6:12ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
ପ୍ର.କରି 15:33ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
ହିତୋ 20:1ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
ମାଥି 6:13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
ଯାକୁ 4:7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
ଏଫି 5:18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
ଯୋହ 8:36ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
ରୋମୀ 13:14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
ତୀତ 2:11–12କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
ଯୋହ 8:34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
ଯିଶା 5:11ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର