ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବୃଦ୍ଧ ପିତାମାତାଙ୍କ ଯତ୍ନ
ସମ୍ପର୍କ
ବୃଦ୍ଧ ପିତାମାତାଙ୍କ ଯତ୍ନ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର.ତୀମ 5:8
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।ପ୍ର.ତୀମ 5:4
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।ଯାତ୍ରା 20:12
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।ହିତୋ 23:22
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।ଲେବୀ 19:32
ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।ଦ୍ବି.ବି 5:16
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।ପ୍ର.ତୀମ 5:1
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,ଏଫି 6:2
କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”ଯୋହ 19:25–27
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ। ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।ଯିଶା 46:3–4
“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।ଗୀତ 71:9
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।ଯାକୁ 1:27
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।ମାଥି 15:4–6
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’ ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।ହିତୋ 23:25
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।ଆୟୁବ 12:12
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର