Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › କ୍ରୋଧ

ଭାବନା

କ୍ରୋଧ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯାକୁ 1:19–20ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।
ଏଫି 4:26–27କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। ଚୋର ଆଉ ଚୋରି ନ କରୁ,
ହିତୋ 15:1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
ହିତୋ 14:29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
ଏଫି 4:31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;
ହିତୋ 19:11ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
ହିତୋ 29:11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
ହିତୋ 16:32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ଗୀତ 37:8କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
ଉପ 7:9କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
ହିତୋ 15:18କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
କଲ 3:8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
ଏଫି 4:32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ମାଥି 5:22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
ହିତୋ 14:17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର